3ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି?”
4ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, “ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି।”
5ତହୁଁ ସେମାନେ ତାହାକୁ କହିଲେ, “ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ।”
6ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; “ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।”
7ଏଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।