ବିଚାରକର୍ତ୍ତା 18

ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; “ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।”

Judges 18:6 (UKJV) And the priest said unto them, Go in peace: before the LORD is your way wherein all of you go.

4ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, “ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି।”

5ତହୁଁ ସେମାନେ ତାହାକୁ କହିଲେ, “ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ।”

6ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; “ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।”

7ଏଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍‍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।

8ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, “କି ବିଚାର?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.