ବିଚାରକର୍ତ୍ତା 19

ଇସ୍ରାଏଲ ମଧ୍ୟରେ ରାଜା ନ ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥଲିହିମ-ଯିହୁଦାରୁ ଏକ ଉପପତ୍ନୀ ଗ୍ରହଣ କଲା।

Judges 19:1 (UKJV) And it came to pass in those days, when there was no king in Israel, that there was a certain Levite sojourning on the side of mount Ephraim, who took to him a concubine out of Bethlehemjudah.

1ଇସ୍ରାଏଲ ମଧ୍ୟରେ ରାଜା ନ ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥଲିହିମ-ଯିହୁଦାରୁ ଏକ ଉପପତ୍ନୀ ଗ୍ରହଣ କଲା।

2ପୁଣି ତାହାର ଉପପତ୍ନୀ ତାହା ବିରୁଦ୍ଧରେ କ୍ରୋଧ କରି ତାହା ନିକଟରୁ ବାହାରିଯାଇ ବେଥଲିହିମ ଯିହୁଦାରେ ଆପଣା ପିତୃଗୃହରେ ଚାରି ମାସ କାଳ ରହିଲା।

3ଏଥିଉତ୍ତାରେ ତାହାର ଉପପତି ତାହାକୁ ପ୍ରୀତିବଚନ କହି ଫେରାଇ ଆଣିବାକୁ ଆପଣା ସଙ୍ଗେ ଏକ ଦାସ ଓ ଦୁଇ ଗର୍ଦ୍ଦଭ ନେଇ ତାହା ନିକଟକୁ ଗଲା; ତହିଁରେ ସେହି ସ୍ତ୍ରୀ ତାହାକୁ ଆପଣା ପିତୃଗୃହକୁ ଆଣିଲା; ତହିଁରେ ସେହି ଯୁବତୀର ପିତା ସେହି ବ୍ୟକ୍ତିକୁ ଦେଖି ତାହା ସହିତ ସାକ୍ଷାତ କରି ଆନନ୍ଦିତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.