9ଏଥିଉତ୍ତାରେ ସେ ଲେବୀୟ ପୁରୁଷ ଓ ତାହାର ଉପପତ୍ନୀ ଓ ଦାସ ପ୍ରସ୍ଥାନ କରିବାକୁ ଉଠନ୍ତେ, ତାହାର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ କହିଲା, “ଦେଖ, ଏବେ ତ ସନ୍ଧ୍ୟା ନିକଟ ହେଉଅଛି, ଅନୁଗ୍ରହ କରି ରାତ୍ରିଟି ରହି ଯାଅନ୍ତ ଦେଖ, ଦିନ ଗଡ଼ି ଯାଉଛି, ଏଠାରେ ମନ ଖୁସି କରିବା ପାଇଁ ରାତ୍ରିଟି କ୍ଷେପଣ କର; କାଲି ବଡ଼ି ସକାଳୁ ଉଠି ଆପଣା ବାଟରେ ଘରକୁ ଯିବ।”
10ମାତ୍ର ସେ ଲୋକ ସେହି ରାତ୍ରି ରହିବାକୁ ଅସମ୍ମତ ହୋଇ ଉଠି ପ୍ରସ୍ଥାନ କଲା ଓ ଯିବୂଷ, ଅର୍ଥାତ୍, ଯିରୂଶାଲମ ନିକଟରେ ଉପସ୍ଥିତ ହେଲା; ପୁଣି ତାହା ସଙ୍ଗେ ସସଜ୍ଜ ଯୋଡ଼ିଏ ଗଧ ଓ ମଧ୍ୟ ତାହାର ଉପପତ୍ନୀ ଥିଲେ।
11ସେମାନେ ଯିବୂଷର ନିକଟବର୍ତ୍ତୀ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, “ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ।”
12ମାତ୍ର ତାହାର ମୁନିବ ତାହାକୁ କହିଲା, “ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ-ସନ୍ତାନଗଣର ନୁହେଁ; ମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ।”
13ପୁଣି ସେ ଆପଣା ଦାସକୁ କହିଲା, “ଆସ, ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯାଉ; ପୁଣି ଗିବୀୟା କି ରାମାରେ ରାତ୍ରି କାଟିବା।”