11ସେମାନେ ଯିବୂଷର ନିକଟବର୍ତ୍ତୀ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, “ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ।”
12ମାତ୍ର ତାହାର ମୁନିବ ତାହାକୁ କହିଲା, “ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ-ସନ୍ତାନଗଣର ନୁହେଁ; ମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ।”
13ପୁଣି ସେ ଆପଣା ଦାସକୁ କହିଲା, “ଆସ, ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯାଉ; ପୁଣି ଗିବୀୟା କି ରାମାରେ ରାତ୍ରି କାଟିବା।”
14ତେଣୁ ସେମାନେ ଆପଣା ପଥରେ ଚାଲିଗଲେ; ପୁଣି ବିନ୍ୟାମୀନ୍ର ଅଧିକାରସ୍ଥ ଗିବୀୟାର ନିକଟବର୍ତ୍ତୀ ହେବା ବେଳେ ସୂର୍ଯ୍ୟ ଅସ୍ତ ହେଲା।
15ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ିଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ଡରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା।