12ମାତ୍ର ତାହାର ମୁନିବ ତାହାକୁ କହିଲା, “ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ-ସନ୍ତାନଗଣର ନୁହେଁ; ମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ।”
13ପୁଣି ସେ ଆପଣା ଦାସକୁ କହିଲା, “ଆସ, ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯାଉ; ପୁଣି ଗିବୀୟା କି ରାମାରେ ରାତ୍ରି କାଟିବା।”
14ତେଣୁ ସେମାନେ ଆପଣା ପଥରେ ଚାଲିଗଲେ; ପୁଣି ବିନ୍ୟାମୀନ୍ର ଅଧିକାରସ୍ଥ ଗିବୀୟାର ନିକଟବର୍ତ୍ତୀ ହେବା ବେଳେ ସୂର୍ଯ୍ୟ ଅସ୍ତ ହେଲା।
15ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ିଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ଡରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା।
16ସେତେବେଳେ ଦେଖ, ଜଣେ ବୃଦ୍ଧ ସନ୍ଧ୍ୟାକାଳେ ଆପଣା କ୍ଷେତ୍ରର କର୍ମରୁ ଆସୁଥିଲା; ସେ ଇଫ୍ରୟିମ-ପର୍ବତମୟ ଦେଶର ଲୋକ ଓ ଗିବୀୟାରେ ପ୍ରବାସ କରୁଥିଲା; ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନ୍ ବଂଶୀୟ ଥିଲେ।