18ତହିଁରେ ସେ ତାହାକୁ କହିଲା, “ଆମ୍ଭେମାନେ ବେଥଲିହିମ-ଯିହୁଦାରୁ ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶକୁ ଯାଉଅଛୁ; ଆମ୍ଭେ ସେହି ସ୍ଥାନର ଲୋକ ଓ ବେଥଲିହିମ ଯିହୁଦାକୁ ଯାଇଥିଲୁ; ଏବେ ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଉଅଛି; ମାତ୍ର କେହି ମୋତେ ଆପଣା ଘରକୁ ନେବାକୁ ନାହିଁ।
19ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋʼ ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୁଟି ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ।”
20ତହୁଁ ସେହି ବୃଦ୍ଧ ଲୋକ କହିଲା, “ତୁମ୍ଭର ମଙ୍ଗଳ ହେଉ; ଯେ କୌଣସିମତେ ହେଉ, ତୁମ୍ଭର ସବୁ ଅଭାବର ଭାର ମୋହର ଉପରେ; କୌଣସିମତେ ଦାଣ୍ଡରେ ରୁହ ନାହିଁ।”
21ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ।
22ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, “ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।”