ବିଚାରକର୍ତ୍ତା 19

ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, “ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।”

Judges 19:22 (UKJV) Now as they were making their hearts merry, behold, the men of the city, certain sons of Belial, beset the house round about, and beat at the door, and spoke to the master of the house, the old man, saying, Bring forth the man that came into yours house, that we may know him.

20ତହୁଁ ସେହି ବୃଦ୍ଧ ଲୋକ କହିଲା, “ତୁମ୍ଭର ମଙ୍ଗଳ ହେଉ; ଯେ କୌଣସିମତେ ହେଉ, ତୁମ୍ଭର ସବୁ ଅଭାବର ଭାର ମୋହର ଉପରେ; କୌଣସିମତେ ଦାଣ୍ଡରେ ରୁହ ନାହିଁ।”

21ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ।

22ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, “ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।”

23ତହିଁରେ ସେହି ଗୃହକର୍ତ୍ତା ବାହାରକୁ ସେମାନଙ୍କ ନିକଟକୁ ଯାଇ କହିଲା, “ନାହିଁ ନାହିଁ, ଆମ୍ଭର ଭ୍ରାତୃଗଣ, ବିନୟ କରୁଅଛୁ, ଏପରି ଦୁଷ୍କର୍ମ କର ନାହିଁ; ଏ ପୁରୁଷ ଆମ୍ଭ ଘରକୁ ଆସିଅଛି, ଏଥିପାଇଁ ଏହି ମୂଢ଼ତାର କର୍ମ ନ କର।

24ଦେଖ, ମୋହର ଅବିବାହିତା କନ୍ୟା ଓ ସେ ଲୋକର ଉପପତ୍ନୀ ଅଛି; ମୁଁ ସେମାନଙ୍କୁ ଆଣି ଦେଉଅଛି ପଛେ, ତୁମ୍ଭେମାନେ ସେମାନଙ୍କୁ ଭ୍ରଷ୍ଟ କର ଓ ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଭଲ, ତାହା ସେମାନଙ୍କ ସଙ୍ଗେ କର; ମାତ୍ର ଏହି ପୁରୁଷ ପ୍ରତି ଏପରି କୌଣସି ମୂଢ଼ତା ନ କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.