25ତଥାପି ସେମାନେ ତାହା କଥା ଶୁଣିଲେ ନାହିଁ; ତେଣୁ ସେହି ଲେବୀୟ ପୁରୁଷ ଆପଣା ଉପପତ୍ନୀ କି ଧରି ବାହାରକୁ ସେମାନଙ୍କ ନିକଟକୁ ଆଣିଲା; ତହିଁରେ ସେମାନେ ସେହି ସ୍ତ୍ରୀ ସହିତ ଶାରୀରିକ ସମ୍ବନ୍ଧ କଲେ ଓ ପ୍ରଭାତ ପର୍ଯ୍ୟନ୍ତ ରାତ୍ରିସାରା ତାହା ପ୍ରତି ଅତ୍ୟାଚାର କଲେ; ପୁଣି ପ୍ରଭାତ ହେବା ବେଳକୁ ତାହାକୁ ଛାଡ଼ିଦେଲେ।
26ତହୁଁ ରାତ୍ରି ପାହାନ୍ତା ବେଳକୁ ସେହି ସ୍ତ୍ରୀ ତାହାର ସ୍ୱାମୀ ରହୁଥିବା ଲୋକର ଗୃହଦ୍ୱାର ନିକଟରେ ଆଲୁଅ ହେବା ପର୍ଯ୍ୟନ୍ତ ପଡ଼ି ରହିଲା।
27ଏଥିଉତ୍ତାରେ ପ୍ରଭାତ ହୁଅନ୍ତେ, ତାହାର ସ୍ୱାମୀ ଉଠି ଆପଣା ବାଟରେ ଯିବା ପାଇଁ ଗୃହଦ୍ୱାର ଫିଟାଇ ବାହାରକୁ ଗଲା; ମାତ୍ର ଦେଖ, ତାହାର ଉପପତ୍ନୀ ସେହି ସ୍ତ୍ରୀ ଗୃହଦ୍ୱାର ନିକଟରେ ପଡ଼ିଛି, ତାହାର ଦୁଇ ହାତ ଦ୍ୱାରବନ୍ଧ ଉପରେ ଅଛି।
28ତହୁଁ ସେ ତାହାକୁ କହିଲା, “ଉଠ, ଚାଲ ଆମ୍ଭେମାନେ ଯିବା;” ମାତ୍ର ସେ ଉତ୍ତର ଦେଲା ନାହିଁ; ତେବେ ସେ ତାହାକୁ ଗଧ ଉପରକୁ ନେଲା; ଆଉ ସେହି ଲେବୀୟ ପୁରୁଷ ଉଠି ଆପଣା ସ୍ଥାନକୁ ପ୍ରସ୍ଥାନ କଲା।
29ଏଥିଉତ୍ତାରେ ସେ ଆପଣା ଗୃହରେ ପହଞ୍ଚିଲା ଉତ୍ତାରେ ଖଣ୍ଡେ ଛୁରୀ ନେଇ ଆପଣା ଉପପତ୍ନୀର ଅସ୍ଥିର ଖଞ୍ଜ ଅନୁସାରେ ବାର ଖଣ୍ଡରେ ବିଭକ୍ତ କରି ଇସ୍ରାଏଲର ସମସ୍ତ ଅଞ୍ଚଳକୁ ପଠାଇଲା।