28ତହୁଁ ସେ ତାହାକୁ କହିଲା, “ଉଠ, ଚାଲ ଆମ୍ଭେମାନେ ଯିବା;” ମାତ୍ର ସେ ଉତ୍ତର ଦେଲା ନାହିଁ; ତେବେ ସେ ତାହାକୁ ଗଧ ଉପରକୁ ନେଲା; ଆଉ ସେହି ଲେବୀୟ ପୁରୁଷ ଉଠି ଆପଣା ସ୍ଥାନକୁ ପ୍ରସ୍ଥାନ କଲା।
29ଏଥିଉତ୍ତାରେ ସେ ଆପଣା ଗୃହରେ ପହଞ୍ଚିଲା ଉତ୍ତାରେ ଖଣ୍ଡେ ଛୁରୀ ନେଇ ଆପଣା ଉପପତ୍ନୀର ଅସ୍ଥିର ଖଞ୍ଜ ଅନୁସାରେ ବାର ଖଣ୍ଡରେ ବିଭକ୍ତ କରି ଇସ୍ରାଏଲର ସମସ୍ତ ଅଞ୍ଚଳକୁ ପଠାଇଲା।
30ତହିଁରେ ଯେତେ ଲୋକ ତାହା ଦେଖିଲେ, ସମସ୍ତେ କହିଲେ, “ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ଦିନାବଧି ଆଜି ପର୍ଯ୍ୟନ୍ତ ଏପରି କର୍ମ କେବେ କରାଯାଇ ନାହିଁ କି ଦେଖାଯାଇ ନାହିଁ; ଏ ବିଷୟରେ ମନୋଯୋଗ କର, ମନ୍ତ୍ରଣା ନିଅ ଓ କୁହ।”