ବିଚାରକର୍ତ୍ତା 19

ଏହେତୁରୁ ଲେବୀୟ ଲୋକର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ ଅଟକାଇଲା, ତହୁଁ ସେ ତାହା ସଙ୍ଗେ ତିନି ଦିନ ରହିଲା, ପୁଣି ସେମାନେ ଭୋଜନପାନ କରି ସେଠାରେ ରାତ୍ରି କ୍ଷେପଣ କଲେ।

Judges 19:4 (UKJV) And his father in law, the damsel's father, retained him; and he abode with him three days: so they did eat and drink, and lodged there.

2ପୁଣି ତାହାର ଉପପତ୍ନୀ ତାହା ବିରୁଦ୍ଧରେ କ୍ରୋଧ କରି ତାହା ନିକଟରୁ ବାହାରିଯାଇ ବେଥଲିହିମ ଯିହୁଦାରେ ଆପଣା ପିତୃଗୃହରେ ଚାରି ମାସ କାଳ ରହିଲା।

3ଏଥିଉତ୍ତାରେ ତାହାର ଉପପତି ତାହାକୁ ପ୍ରୀତିବଚନ କହି ଫେରାଇ ଆଣିବାକୁ ଆପଣା ସଙ୍ଗେ ଏକ ଦାସ ଓ ଦୁଇ ଗର୍ଦ୍ଦଭ ନେଇ ତାହା ନିକଟକୁ ଗଲା; ତହିଁରେ ସେହି ସ୍ତ୍ରୀ ତାହାକୁ ଆପଣା ପିତୃଗୃହକୁ ଆଣିଲା; ତହିଁରେ ସେହି ଯୁବତୀର ପିତା ସେହି ବ୍ୟକ୍ତିକୁ ଦେଖି ତାହା ସହିତ ସାକ୍ଷାତ କରି ଆନନ୍ଦିତ ହେଲା।

4ଏହେତୁରୁ ଲେବୀୟ ଲୋକର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ ଅଟକାଇଲା, ତହୁଁ ସେ ତାହା ସଙ୍ଗେ ତିନି ଦିନ ରହିଲା, ପୁଣି ସେମାନେ ଭୋଜନପାନ କରି ସେଠାରେ ରାତ୍ରି କ୍ଷେପଣ କଲେ।

5ପୁଣି ଚତୁର୍ଥ ଦିନ ସେମାନେ ଅତି ପ୍ରଭାତରେ ଉଠିଲେ ଓ ସେ ପ୍ରସ୍ଥାନ କରିବାକୁ ଉଦ୍ୟତ ହୁଅନ୍ତେ, ସେହି ଯୁବତୀର ପିତା ଆପଣା ଜୁଆଁଇକି କହିଲା, “ମୁଠିଏ ଆହାର କରି ପ୍ରାଣ ତୃପ୍ତ କର; ତହିଁ ଉତ୍ତାରେ ଆପଣା ବାଟରେ ଯିବ।”

6ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲେବୀୟ ଲୋକକୁ କହିଲା, “ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.