7ତଥାପି ସେ ପ୍ରସ୍ଥାନ କରିବାକୁ ଉଠିଲା; ମାତ୍ର ତାହାର ଶ୍ୱଶୁର ତାହାକୁ ଅନୁରୋଧ କରନ୍ତେ, ସେ ପୁନର୍ବାର ରାତ୍ରି କ୍ଷେପଣ କଲା।
8ପୁଣି ସେ ପଞ୍ଚମ ଦିନ ଅତି ପ୍ରଭାତରେ ଉଠି ପ୍ରସ୍ଥାନ କରିବାକୁ ଉଦ୍ୟତ ହେଲା; ତହିଁରେ ଯୁବତୀର ପିତା କହିଲା, “ଅନୁଗ୍ରହ କରି ଆପଣା ପ୍ରାଣ ତୃପ୍ତ କର, ତୁମ୍ଭେମାନେ ଅପରାହ୍ନ ପର୍ଯ୍ୟନ୍ତ ରୁହ;” ଏଥିରେ ସେ ଦୁହେଁ ଭୋଜନ କଲେ।
9ଏଥିଉତ୍ତାରେ ସେ ଲେବୀୟ ପୁରୁଷ ଓ ତାହାର ଉପପତ୍ନୀ ଓ ଦାସ ପ୍ରସ୍ଥାନ କରିବାକୁ ଉଠନ୍ତେ, ତାହାର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ କହିଲା, “ଦେଖ, ଏବେ ତ ସନ୍ଧ୍ୟା ନିକଟ ହେଉଅଛି, ଅନୁଗ୍ରହ କରି ରାତ୍ରିଟି ରହି ଯାଅନ୍ତ ଦେଖ, ଦିନ ଗଡ଼ି ଯାଉଛି, ଏଠାରେ ମନ ଖୁସି କରିବା ପାଇଁ ରାତ୍ରିଟି କ୍ଷେପଣ କର; କାଲି ବଡ଼ି ସକାଳୁ ଉଠି ଆପଣା ବାଟରେ ଘରକୁ ଯିବ।”
10ମାତ୍ର ସେ ଲୋକ ସେହି ରାତ୍ରି ରହିବାକୁ ଅସମ୍ମତ ହୋଇ ଉଠି ପ୍ରସ୍ଥାନ କଲା ଓ ଯିବୂଷ, ଅର୍ଥାତ୍, ଯିରୂଶାଲମ ନିକଟରେ ଉପସ୍ଥିତ ହେଲା; ପୁଣି ତାହା ସଙ୍ଗେ ସସଜ୍ଜ ଯୋଡ଼ିଏ ଗଧ ଓ ମଧ୍ୟ ତାହାର ଉପପତ୍ନୀ ଥିଲେ।
11ସେମାନେ ଯିବୂଷର ନିକଟବର୍ତ୍ତୀ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, “ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ।”