ବିଚାରକର୍ତ୍ତା 2

ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍‍ ଦେବତାଗଣର ସେବା କଲେ।

Judges 2:11 (UKJV) And the children of Israel did evil in the sight of the LORD, and served Baalim:

9ତହୁଁ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍‍-ହେରସରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।

10ପୁଣି ସେହି ପିଢ଼ିର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ; ସେମାନଙ୍କ ପରେ ଯେଉଁ ପିଢ଼ିର ଲୋକମାନେ ସଦାପ୍ରଭୁଙ୍କୁ ଜାଣି ନ ଥିଲେ, କି ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କର କୃତ କର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ।

11ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍‍ ଦେବତାଗଣର ସେବା କଲେ।

12ପୁଣି ଯେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ସେହି ସଦାପ୍ରଭୁ ଆପଣାମାନଙ୍କ ପୈତୃକ ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ଅନ୍ୟ ଦେବତାଗଣର, ଅର୍ଥାତ୍‍, ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକମାନଙ୍କ ଦେବତାଗଣର ଅନୁଗାମୀ ହୋଇ ସେମାନଙ୍କୁ ପ୍ରଣାମ କଲେ; ଏରୂପେ ସେମାନେ ସଦାପ୍ରଭୁଙ୍କୁ ବିରକ୍ତ କଲେ।

13ଆହୁରି ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବାଲ୍‍ଦେବ ଓ ଅଷ୍ଟାରୋତ୍‍ ଦେବୀଗଣର ସେବା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.