ବିଚାରକର୍ତ୍ତା 2

ଆହୁରି ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବାଲ୍‍ଦେବ ଓ ଅଷ୍ଟାରୋତ୍‍ ଦେବୀଗଣର ସେବା କଲେ।

Judges 2:13 (UKJV) And they forsook the LORD, and served Baal and Ashtaroth.

11ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍‍ ଦେବତାଗଣର ସେବା କଲେ।

12ପୁଣି ଯେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ସେହି ସଦାପ୍ରଭୁ ଆପଣାମାନଙ୍କ ପୈତୃକ ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ଅନ୍ୟ ଦେବତାଗଣର, ଅର୍ଥାତ୍‍, ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକମାନଙ୍କ ଦେବତାଗଣର ଅନୁଗାମୀ ହୋଇ ସେମାନଙ୍କୁ ପ୍ରଣାମ କଲେ; ଏରୂପେ ସେମାନେ ସଦାପ୍ରଭୁଙ୍କୁ ବିରକ୍ତ କଲେ।

13ଆହୁରି ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବାଲ୍‍ଦେବ ଓ ଅଷ୍ଟାରୋତ୍‍ ଦେବୀଗଣର ସେବା କଲେ।

14ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।

15ସଦାପ୍ରଭୁ ଯେପରି କହିଥିଲେ ଓ ସଦାପ୍ରଭୁ ସେମାନଙ୍କ ନିକଟରେ ଯେପରି ଶପଥ କରିଥିଲେ, ତଦନୁସାରେ ସେମାନେ ଯେଉଁଆଡ଼େ ଗଲେ, ସେଆଡ଼େ ଅମଙ୍ଗଳ କରିବାକୁ ସଦାପ୍ରଭୁଙ୍କ ହସ୍ତ ସେମାନଙ୍କର ବିରୁଦ୍ଧ ହେଲା; ଏହିପରି ସେମାନେ ଭାରୀ କ୍ଳେଶରେ ପଡ଼ିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.