16ତହୁଁ ସଦାପ୍ରଭୁ ବିଚାରକର୍ତ୍ତାଗଣଙ୍କୁ ଉତ୍ଥାପନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
17ତଥାପି ସେମାନେ ଆପଣାମାନଙ୍କ ବିଚାରକର୍ତ୍ତାମାନଙ୍କ କଥା ଶୁଣିଲେ ନାହିଁ, ମାତ୍ର ଅନ୍ୟ ଦେବତାଗଣର ଅନୁଗମନ କରି ବ୍ୟଭିଚାର କଲେ ଓ ସେମାନଙ୍କୁ ପ୍ରଣାମ କଲେ; ସେମାନଙ୍କର ପିତୃଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ଯେଉଁ ପଥରେ ଗମନ କଲେ, ସେମାନେ ତଦନୁସାରେ ନ କରି ସେହି ପଥରୁ ଶୀଘ୍ର ବିମୁଖ ହେଲେ।
18ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।
19ମାତ୍ର ସେହି ବିଚାରକର୍ତ୍ତାର ମୃତ୍ୟୁୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷାନ୍ତ ହେଲେ ନାହିଁ।
20ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି ସେ କହିଲେ, “ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଙ୍ଘନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି।