19ମାତ୍ର ସେହି ବିଚାରକର୍ତ୍ତାର ମୃତ୍ୟୁୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷାନ୍ତ ହେଲେ ନାହିଁ।
20ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି ସେ କହିଲେ, “ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଙ୍ଘନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି।
21ଏହେତୁ ଯିହୋଶୂୟ ମରଣକାଳରେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲା, ଆମ୍ଭେ ମଧ୍ୟ ସେମାନଙ୍କୁ ଏମାନଙ୍କ ସମ୍ମୁଖରୁ ଅଦ୍ୟାବଧି ଆଉ ତଡ଼ିଦେବା ନାହିଁ;
22ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ, ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ୱାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା।”
23ଏଥିପାଇଁ ସଦାପ୍ରଭୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଶୀଘ୍ର ତଡ଼ି ନ ଦେଇ ଅବା ଯିହୋଶୂୟଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ ନ କରି ଅବଶିଷ୍ଟ ରଖିଲେ।