ବିଚାରକର୍ତ୍ତା 2

ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ହେବେ।’”

Judges 2:3 (UKJV) Wherefore I also said, I will not drive them out from before you; but they shall be as thorns in your sides, and their gods shall be a snare unto you.

1ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ଗିଲ୍‍ଗଲ୍‍ରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ।

2ଆଉ ତୁମ୍ଭେମାନେ ଏହି ଦେଶନିବାସୀମାନଙ୍କ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭାଙ୍ଗି ପକାଇବ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ, କାହିଁକି ତୁମ୍ଭେମାନେ ଏହି କର୍ମ କରିଅଛ?

3ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ହେବେ।’”

4ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ।

5ଏନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.