5ଏନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।
6ଯିହୋଶୂୟ ଆପଣା ନିକଟରୁ ଲୋକମାନଙ୍କୁ ବିଦାୟ କଲା ଉତ୍ତାରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରତ୍ୟେକେ ଅଧିକାର କରିବା ନିମନ୍ତେ ଆପଣା ଆପଣା ଦେଶକୁ ଗଲେ।
7ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ ମହତ କର୍ମ ଦେଖିଥିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଯିହୋଶୂୟଙ୍କ ଉତ୍ତାରେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଲୋକମାନେ ସଦାପ୍ରଭୁଙ୍କ ସେବା କଲେ।
8ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ।
9ତହୁଁ ଲୋକମାନେ ଗାଶ୍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍-ହେରସରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।