12ଏଥିଉତ୍ତାରେ ଇସ୍ରାଏଲ ବଂଶ ବିନ୍ୟାମୀନ୍ର ସମୁଦାୟ ବଂଶ ନିକଟକୁ ଲୋକ ପଠାଇ କହିଲେ, “ତୁମ୍ଭମାନଙ୍କ ମଧ୍ୟରେ ଏ କି ଦୁଷ୍ଟତା ଘଟିଅଛି?
13ଏବେ ତୁମ୍ଭେମାନେ ସେହି ଗିବୀୟାର ଦୁଷ୍ଟ ଲୋକମାନଙ୍କୁ ସମର୍ପଣ କର, ତହିଁରେ ଆମ୍ଭେମାନେ ସେମାନଙ୍କୁ ବଧ କରି ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବା।” ମାତ୍ର ବିନ୍ୟାମୀନ୍ ଆପଣା ଭ୍ରାତା ଇସ୍ରାଏଲ-ସନ୍ତାନଗଣର ରବ ଶୁଣିବାକୁ ସମ୍ମତ ହେଲେ ନାହିଁ।
14ପୁଣି ଇସ୍ରାଏଲ-ସନ୍ତାନଗଣ ସଙ୍ଗେ ଯୁଦ୍ଧ କରିବା ପାଇଁ ବିନ୍ୟାମୀନ୍-ସନ୍ତାନଗଣ ନଗରମାନରୁ ବାହାରି ଗିବୀୟାକୁ ଯାଇ ଏକତ୍ରିତ ହେଲେ।
15ସେହି ଦିନ ନଗରମାନରୁ ଆସିଥିବା ବିନ୍ୟାମୀନ୍-ସନ୍ତାନଗଣର ଛବିଶ ହଜାର ଖଡ୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ।
16ଏହି ଲୋକସମୂହ ମଧ୍ୟରେ ସାତ ଶହ ବଛା ଲୋକ ବାଁହାତିଆ ଥିଲେ; ସେମାନେ ପ୍ରତ୍ୟେକେ ବଣା ନ ହୋଇ ଏକ କେଶକୁ ହିଁ ଲକ୍ଷ୍ୟ କରି ଛାଟିଣୀ ମାରି ପାରନ୍ତି।