14ପୁଣି ଇସ୍ରାଏଲ-ସନ୍ତାନଗଣ ସଙ୍ଗେ ଯୁଦ୍ଧ କରିବା ପାଇଁ ବିନ୍ୟାମୀନ୍-ସନ୍ତାନଗଣ ନଗରମାନରୁ ବାହାରି ଗିବୀୟାକୁ ଯାଇ ଏକତ୍ରିତ ହେଲେ।
15ସେହି ଦିନ ନଗରମାନରୁ ଆସିଥିବା ବିନ୍ୟାମୀନ୍-ସନ୍ତାନଗଣର ଛବିଶ ହଜାର ଖଡ୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ।
16ଏହି ଲୋକସମୂହ ମଧ୍ୟରେ ସାତ ଶହ ବଛା ଲୋକ ବାଁହାତିଆ ଥିଲେ; ସେମାନେ ପ୍ରତ୍ୟେକେ ବଣା ନ ହୋଇ ଏକ କେଶକୁ ହିଁ ଲକ୍ଷ୍ୟ କରି ଛାଟିଣୀ ମାରି ପାରନ୍ତି।
17ବିନ୍ୟାମୀନ୍ ଛଡ଼ା ଇସ୍ରାଏଲର ଖଡ୍ଗଧାରୀ ଚାରି ଲକ୍ଷ ଲୋକ ଗଣିତ ହେଲେ; ଏସମସ୍ତେ ଯୋଦ୍ଧା।
18ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଉଠି ବେଥେଲ୍କୁ ଯାଇ ପରମେଶ୍ୱରଙ୍କ ନିକଟରେ ପଚାରି କହିଲେ; “ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ?” ସଦାପ୍ରଭୁ କହିଲେ, “ଯିହୁଦା ପ୍ରଥମେ ଯିବ।”