ବିଚାରକର୍ତ୍ତା 20

ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରଭାତରେ ଉଠି ଗିବୀୟା ବିରୁଦ୍ଧରେ ଛାଉଣି ସ୍ଥାପନ କଲେ।

Judges 20:19 (UKJV) And the children of Israel rose up in the morning, and encamped against Gibeah.

17ବିନ୍ୟାମୀନ୍ ଛଡ଼ା ଇସ୍ରାଏଲର ଖଡ୍ଗଧାରୀ ଚାରି ଲକ୍ଷ ଲୋକ ଗଣିତ ହେଲେ; ଏସମସ୍ତେ ଯୋଦ୍ଧା।

18ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଉଠି ବେଥେଲ୍‍କୁ ଯାଇ ପରମେଶ୍ୱରଙ୍କ ନିକଟରେ ପଚାରି କହିଲେ; “ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ?” ସଦାପ୍ରଭୁ କହିଲେ, “ଯିହୁଦା ପ୍ରଥମେ ଯିବ।”

19ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରଭାତରେ ଉଠି ଗିବୀୟା ବିରୁଦ୍ଧରେ ଛାଉଣି ସ୍ଥାପନ କଲେ।

20ପୁଣି ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍ ସଙ୍ଗେ ଯୁଦ୍ଧ କରିବାକୁ ବାହାରିଲେ ଓ ଇସ୍ରାଏଲୀୟ ଲୋକମାନେ ଗିବୀୟା ନିକଟରେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ।

21ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ଗିବୀୟାରୁ ବାହାରି ସେହି ଦିନ ଇସ୍ରାଏଲ ମଧ୍ୟରୁ ବାଇଶ ହଜାର ଲୋକଙ୍କୁ ସଂହାର କରି ଭୂମିରେ ନିପାତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.