23ପୁଣି ଇସ୍ରାଏଲ-ସନ୍ତାନଗଣ ଉଠିଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ରୋଦନ କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ କି ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେବା?” ତହିଁରେ ସଦାପ୍ରଭୁ କହିଲେ, “ତାହା ବିରୁଦ୍ଧରେ ଯାଅ।”
24ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଦ୍ୱିତୀୟ ଦିନ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ।
25ପୁଣି ବିନ୍ୟାମୀନ୍ ସେହି ଦ୍ୱିତୀୟ ଦିନ ସେମାନଙ୍କ ବିରୁଦ୍ଧରେ ଗିବୀୟାରୁ ବାହାରି ଇସ୍ରାଏଲ-ସନ୍ତାନଗଣର ଅଠର ହଜାର ଲୋକଙ୍କୁ ପୁନର୍ବାର ସଂହାର କରି ଭୂମିରେ ନିପାତ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।
26ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବେଥେଲ୍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
27ସେହି ସମୟରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା।