ବିଚାରକର୍ତ୍ତା 20

ସେହି ସମୟରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା।

Judges 20:27 (UKJV) And the children of Israel enquired of the LORD, (for the ark of the covenant of God was there in those days,

25ପୁଣି ବିନ୍ୟାମୀନ୍ ସେହି ଦ୍ୱିତୀୟ ଦିନ ସେମାନଙ୍କ ବିରୁଦ୍ଧରେ ଗିବୀୟାରୁ ବାହାରି ଇସ୍ରାଏଲ-ସନ୍ତାନଗଣର ଅଠର ହଜାର ଲୋକଙ୍କୁ ପୁନର୍ବାର ସଂହାର କରି ଭୂମିରେ ନିପାତ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।

26ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବେଥେଲ୍‍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

27ସେହି ସମୟରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା।

28ଏହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏବେ ହେଁ କି ପୁନର୍ବାର ଯିବା, ଅବା କ୍ଷାନ୍ତ ହେବା?” ସଦାପ୍ରଭୁ କହିଲେ, ଯାଅ; “ଆମ୍ଭେ କାଲି ତୁମ୍ଭ ହସ୍ତରେ ତାହାକୁ ସମର୍ପଣ କରିବା।”

29ତହୁଁ ଇସ୍ରାଏଲ ଗିବୀୟାର ଚତୁର୍ଦ୍ଦିଗରେ ଲୋକ ଛକି ବସାଇ ରଖିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.