26ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବେଥେଲ୍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
27ସେହି ସମୟରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା।
28ଏହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏବେ ହେଁ କି ପୁନର୍ବାର ଯିବା, ଅବା କ୍ଷାନ୍ତ ହେବା?” ସଦାପ୍ରଭୁ କହିଲେ, ଯାଅ; “ଆମ୍ଭେ କାଲି ତୁମ୍ଭ ହସ୍ତରେ ତାହାକୁ ସମର୍ପଣ କରିବା।”
29ତହୁଁ ଇସ୍ରାଏଲ ଗିବୀୟାର ଚତୁର୍ଦ୍ଦିଗରେ ଲୋକ ଛକି ବସାଇ ରଖିଲା।
30ଏଥିଉତ୍ତାରେ ତୃତୀୟ ଦିନ ଇସ୍ରାଏଲ-ସନ୍ତାନଗଣ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଉଠିଗଲେ ଓ ପୂର୍ବ ପରି ଗିବୀୟା ନିକଟରେ ଆପଣାମାନଙ୍କୁ ସଜାଇଲେ।