ବିଚାରକର୍ତ୍ତା 20

(ତହୁଁ ଇସ୍ରାଏଲ-ସନ୍ତାନଗଣ ଯେ ମିସ୍ପାକୁ ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ)। ଇସ୍ରାଏଲ-ସନ୍ତାନଗଣ ପଚାରିଲେ, “ଏହି ଦୁଷ୍ଟତା କିପ୍ରକାରେ ହେଲା? ତାହା ଆମ୍ଭମାନଙ୍କୁ କୁହ।”

Judges 20:3 (UKJV) (Now the children of Benjamin heard that the children of Israel were gone up to Mizpeh.) Then said the children of Israel, Tell us, how was this wickedness?

1ଏଥିଉତ୍ତାରେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଓ ଗିଲୀୟଦ ଦେଶ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ସମସ୍ତେ ବାହାର ହେଲେ ଓ ସମଗ୍ର ମଣ୍ଡଳୀ ଏକ ମନୁଷ୍ୟ ପରି ମିସ୍ପାରେ ସଦାପ୍ରଭୁଙ୍କ ସାକ୍ଷାତରେ ଏକତ୍ରିତ ହେଲେ।

2ପରମେଶ୍ୱରଙ୍କ ଲୋକଗଣର ସେହି ସମାଜରେ ଇସ୍ରାଏଲର ସମୁଦାୟ ବଂଶୀୟ ଲୋକଙ୍କ ପ୍ରଧାନବର୍ଗ ଓ ଚାରି ଲକ୍ଷ ଖଡ୍ଗଧାରୀ ପଦାତିକ ଉପସ୍ଥିତ ହେଲେ।

3(ତହୁଁ ଇସ୍ରାଏଲ-ସନ୍ତାନଗଣ ଯେ ମିସ୍ପାକୁ ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ)। ଇସ୍ରାଏଲ-ସନ୍ତାନଗଣ ପଚାରିଲେ, “ଏହି ଦୁଷ୍ଟତା କିପ୍ରକାରେ ହେଲା? ତାହା ଆମ୍ଭମାନଙ୍କୁ କୁହ।”

4ତହିଁରେ ସେହି ହତ ସ୍ତ୍ରୀର ଲେବୀୟ ଉପପତି ଉତ୍ତର ଦେଇ କହିଲା, “ମୁଁ ଓ ମୋର ଉପପତ୍ନୀ ରାତ୍ରି କ୍ଷେପଣ ନିମନ୍ତେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ ଆସିଥିଲୁ।

5ପୁଣି ଗିବୀୟାର ଲୋକମାନେ ମୋʼ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପତ୍ନୀକୁ ବଳାତ୍କାର କଲେ, ତହିଁରେ ସେ ମଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.