29ତହୁଁ ଇସ୍ରାଏଲ ଗିବୀୟାର ଚତୁର୍ଦ୍ଦିଗରେ ଲୋକ ଛକି ବସାଇ ରଖିଲା।
30ଏଥିଉତ୍ତାରେ ତୃତୀୟ ଦିନ ଇସ୍ରାଏଲ-ସନ୍ତାନଗଣ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଉଠିଗଲେ ଓ ପୂର୍ବ ପରି ଗିବୀୟା ନିକଟରେ ଆପଣାମାନଙ୍କୁ ସଜାଇଲେ।
31ତହୁଁ ବିନ୍ୟାମୀନ୍-ସନ୍ତାନଗଣ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନଗରଠାରୁ ଦୂରକୁ ଆକର୍ଷିତ ହେଲେ; ପୁଣି ପୂର୍ବ ସମୟ ପରି ଲୋକମାନଙ୍କୁ ଆଘାତ ଓ ବଧ କରିବାକୁ ଲାଗିଲେ; ଆଉ ବେଥେଲ୍ ଆଡ଼େ ଓ କ୍ଷେତ୍ର ଦେଇ ଗିବୀୟା ଆଡ଼େ ଯିବା ଦୁଇ ସଡ଼କରେ ସେମାନେ ଊଣାଧିକ ଇସ୍ରାଏଲୀୟ ତିରିଶ ଲୋକଙ୍କୁ ବଧ କଲେ।
32ତହୁଁ ବିନ୍ୟାମୀନ୍-ସନ୍ତାନମାନେ କହିଲେ, “ଏମାନେ ତ ପୂର୍ବ ପରି ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି।” ମାତ୍ର ଇସ୍ରାଏଲ-ସନ୍ତାନଗଣ କହିଲେ, “ଆମ୍ଭେମାନେ ପଳାଇ ନଗରରୁ ସଡ଼କକୁ ସେମାନଙ୍କୁ ଆକର୍ଷଣ କରିନେଉ।”
33ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ସ୍ଥାନରୁ ଉଠି ବାଲ୍ତାମରରେ ଆପଣାମାନଙ୍କୁ ସଜାଇଲେ; ଏଥିମଧ୍ୟରେ ଇସ୍ରାଏଲର ଛକି ବସିବା ଲୋକମାନେ ଗିବୀୟାସ୍ଥ ଆପଣା ଆପଣା ସ୍ଥାନରୁ ଏକାବେଳେ ଉଠି ଆସିଲେ।