32ତହୁଁ ବିନ୍ୟାମୀନ୍-ସନ୍ତାନମାନେ କହିଲେ, “ଏମାନେ ତ ପୂର୍ବ ପରି ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି।” ମାତ୍ର ଇସ୍ରାଏଲ-ସନ୍ତାନଗଣ କହିଲେ, “ଆମ୍ଭେମାନେ ପଳାଇ ନଗରରୁ ସଡ଼କକୁ ସେମାନଙ୍କୁ ଆକର୍ଷଣ କରିନେଉ।”
33ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ସ୍ଥାନରୁ ଉଠି ବାଲ୍ତାମରରେ ଆପଣାମାନଙ୍କୁ ସଜାଇଲେ; ଏଥିମଧ୍ୟରେ ଇସ୍ରାଏଲର ଛକି ବସିବା ଲୋକମାନେ ଗିବୀୟାସ୍ଥ ଆପଣା ଆପଣା ସ୍ଥାନରୁ ଏକାବେଳେ ଉଠି ଆସିଲେ।
34ତହୁଁ ଇସ୍ରାଏଲୀୟ ସମସ୍ତ ଲୋକଙ୍କ ମଧ୍ୟରୁ ଦଶ ହଜାର ବଛା ଲୋକ ଗିବୀୟା ନିକଟକୁ ଆସନ୍ତେ, ଭାରୀ ଯୁଦ୍ଧ ହେଲା; ମାତ୍ର ଅମଙ୍ଗଳ ଆସି ଯେ ସେମାନଙ୍କ ଉପରେ ପଡ଼ିଲାଣି, ଏହା ସେମାନେ ଜାଣିଲେ ନାହିଁ।
35ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସମ୍ମୁଖରେ ବିନ୍ୟାମୀନ୍କୁ ଆଘାତ କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି ଦିନ ବିନ୍ୟାମୀନ୍ର ପଚିଶ ହଜାର ଏକ ଶହ ଲୋକ ବଧ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।
36ଏହିରୂପେ ବିନ୍ୟାମୀନ୍-ସନ୍ତାନଗଣ ଆପଣାମାନଙ୍କୁ ପରାସ୍ତ ହେବାର ଦେଖିଲେ; କାରଣ ଇସ୍ରାଏଲୀୟ ଲୋକମାନେ ଗିବୀୟାରେ ଛକି ବସାଇଥିବା ଲୋକମାନଙ୍କ ଉପରେ ନିର୍ଭର ରଖି ବିନ୍ୟାମୀନ୍କୁ ସ୍ଥାନ ଛାଡ଼ିଦେଲେ।