ବିଚାରକର୍ତ୍ତା 20

ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସମ୍ମୁଖରେ ବିନ୍ୟାମୀନ୍‍କୁ ଆଘାତ କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି ଦିନ ବିନ୍ୟାମୀନ୍‍ର ପଚିଶ ହଜାର ଏକ ଶହ ଲୋକ ବଧ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।

Judges 20:35 (UKJV) And the LORD stroke Benjamin before Israel: and the children of Israel destroyed of the Benjamites that day twenty and five thousand and an hundred men: all these drew the sword.

33ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ସ୍ଥାନରୁ ଉଠି ବାଲ୍‍ତାମରରେ ଆପଣାମାନଙ୍କୁ ସଜାଇଲେ; ଏଥିମଧ୍ୟରେ ଇସ୍ରାଏଲର ଛକି ବସିବା ଲୋକମାନେ ଗିବୀୟାସ୍ଥ ଆପଣା ଆପଣା ସ୍ଥାନରୁ ଏକାବେଳେ ଉଠି ଆସିଲେ।

34ତହୁଁ ଇସ୍ରାଏଲୀୟ ସମସ୍ତ ଲୋକଙ୍କ ମଧ୍ୟରୁ ଦଶ ହଜାର ବଛା ଲୋକ ଗିବୀୟା ନିକଟକୁ ଆସନ୍ତେ, ଭାରୀ ଯୁଦ୍ଧ ହେଲା; ମାତ୍ର ଅମଙ୍ଗଳ ଆସି ଯେ ସେମାନଙ୍କ ଉପରେ ପଡ଼ିଲାଣି, ଏହା ସେମାନେ ଜାଣିଲେ ନାହିଁ।

35ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସମ୍ମୁଖରେ ବିନ୍ୟାମୀନ୍‍କୁ ଆଘାତ କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି ଦିନ ବିନ୍ୟାମୀନ୍‍ର ପଚିଶ ହଜାର ଏକ ଶହ ଲୋକ ବଧ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।

36ଏହିରୂପେ ବିନ୍ୟାମୀନ୍-ସନ୍ତାନଗଣ ଆପଣାମାନଙ୍କୁ ପରାସ୍ତ ହେବାର ଦେଖିଲେ; କାରଣ ଇସ୍ରାଏଲୀୟ ଲୋକମାନେ ଗିବୀୟାରେ ଛକି ବସାଇଥିବା ଲୋକମାନଙ୍କ ଉପରେ ନିର୍ଭର ରଖି ବିନ୍ୟାମୀନ୍‍କୁ ସ୍ଥାନ ଛାଡ଼ିଦେଲେ।

37ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ୍ଗଧାରରେ ସମସ୍ତ ନଗର ଆଘାତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.