ବିଚାରକର୍ତ୍ତା 20

ଏଣୁ ସେମାନେ ଇସ୍ରାଏଲୀୟ ଲୋକମାନଙ୍କ ସମ୍ମୁଖରୁ ପ୍ରାନ୍ତର-ପଥ ଆଡ଼େ ଫେରିଲେ; ମାତ୍ର ଯୁଦ୍ଧ ସେମାନଙ୍କ ପଛେ ପଛେ ଲାଗି ରହିଲା; ପୁଣି ନଗରମାନରୁ ଆସିଥିବା ଲୋକମାନେ ସେମାନଙ୍କୁ ପଥ ମଧ୍ୟରେ ସଂହାର କଲେ।

Judges 20:42 (UKJV) Therefore they turned their backs before the men of Israel unto the way of the wilderness; but the battle overtook them; and them which came out of the cities they destroyed in the midst of them.

40ମାତ୍ର ଯେତେବେଳେ ନଗରରୁ ସ୍ତମ୍ଭାକାରରେ ଧୂମ-ମେଘ ଉଠିବାକୁ ଲାଗିଲା, ସେତେବେଳେ ବିନ୍ୟାମୀନୀୟ ଲୋକମାନେ ପଛକୁ ଅନାଇଲେ, ଆଉ ଦେଖ, ସମୁଦାୟ ନଗରର ଧୂମ ଆକାଶକୁ ଉଠୁଅଛି।

41ତହୁଁ ଇସ୍ରାଏଲୀୟ ଲୋକମାନେ ନେଉଟିଲେ, ପୁଣି ବିନ୍ୟାମୀନୀୟ ଲୋକମାନେ ଅବାକ୍ ହେଲେ; କାରଣ ସେମାନେ ଆପଣାମାନଙ୍କ ଉପରେ ଅମଙ୍ଗଳ ଆସି ପଡ଼ିଲା ବୋଲି ଦେଖିଲେ।

42ଏଣୁ ସେମାନେ ଇସ୍ରାଏଲୀୟ ଲୋକମାନଙ୍କ ସମ୍ମୁଖରୁ ପ୍ରାନ୍ତର-ପଥ ଆଡ଼େ ଫେରିଲେ; ମାତ୍ର ଯୁଦ୍ଧ ସେମାନଙ୍କ ପଛେ ପଛେ ଲାଗି ରହିଲା; ପୁଣି ନଗରମାନରୁ ଆସିଥିବା ଲୋକମାନେ ସେମାନଙ୍କୁ ପଥ ମଧ୍ୟରେ ସଂହାର କଲେ।

43ସେମାନେ ବିନ୍ୟାମୀନୀୟ ଲୋକମାନଙ୍କୁ ଚାରିଆଡ଼ୁ ଘେରିଲେ ଓ ସେମାନଙ୍କୁ ଗୋଡ଼ାଇ ସେମାନଙ୍କ ବିଶ୍ରାମ ସ୍ଥାନରେ ସୂର୍ଯ୍ୟୋଦୟ ଆଡ଼େ ଗିବୀୟା ସମ୍ମୁଖସ୍ଥ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିରେ ଦଳି ପକାଇଲେ।

44ତହିଁରେ ବିନ୍ୟାମୀନ୍‍ର ଅଠର ହଜାର ଲୋକ ହତ ହେଲେ; ସେସମସ୍ତେ ବୀର ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.