43ସେମାନେ ବିନ୍ୟାମୀନୀୟ ଲୋକମାନଙ୍କୁ ଚାରିଆଡ଼ୁ ଘେରିଲେ ଓ ସେମାନଙ୍କୁ ଗୋଡ଼ାଇ ସେମାନଙ୍କ ବିଶ୍ରାମ ସ୍ଥାନରେ ସୂର୍ଯ୍ୟୋଦୟ ଆଡ଼େ ଗିବୀୟା ସମ୍ମୁଖସ୍ଥ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିରେ ଦଳି ପକାଇଲେ।
44ତହିଁରେ ବିନ୍ୟାମୀନ୍ର ଅଠର ହଜାର ଲୋକ ହତ ହେଲେ; ସେସମସ୍ତେ ବୀର ଥିଲେ।
45ଏଉତ୍ତାରେ ସେମାନେ ଫେରି ପ୍ରାନ୍ତର ଆଡ଼େ ରିମ୍ମୋନ୍ ଶୈଳକୁ ପଳାଇଲେ; ତହୁଁ ଏମାନେ ସଡ଼କରେ ପାଞ୍ଚ ହଜାର ଲୋକଙ୍କୁ ଗୋଟାଇ ସାଉଣ୍ଟି ମାରିଲେ; ପୁଣି ଗିଦୀୟୋମ୍ ପର୍ଯ୍ୟନ୍ତ ସେମାନଙ୍କ ପଛେ ଲାଗି ରହି ସେମାନଙ୍କର ଦୁଇ ହଜାର ଲୋକଙ୍କୁ ବଧ କଲେ।
46ଏହିରୂପେ ସେହି ଦିନ ବିନ୍ୟାମୀନ୍ର ଖଡ୍ଗଧାରୀ ପଚିଶ ହଜାର ଲୋକ ହତ ହେଲେ; ସେସମସ୍ତେ ବୀର ଥିଲେ।
47ମାତ୍ର ଛଅ ଶହ ଲୋକ ନେଉଟି ପ୍ରାନ୍ତର ଆଡ଼େ ରିମ୍ମୋନ୍ ଶୈଳକୁ ପଳାଇଲେ ଓ ରିମ୍ମୋନ୍ ଶୈଳରେ ଚାରି ମାସ ରହିଲେ।