ବିଚାରକର୍ତ୍ତା 20

ମାତ୍ର ଛଅ ଶହ ଲୋକ ନେଉଟି ପ୍ରାନ୍ତର ଆଡ଼େ ରିମ୍ମୋନ୍‍ ଶୈଳକୁ ପଳାଇଲେ ଓ ରିମ୍ମୋନ୍‍ ଶୈଳରେ ଚାରି ମାସ ରହିଲେ।

Judges 20:47 (UKJV) But six hundred men turned and fled to the wilderness unto the rock Rimmon, and abode in the rock Rimmon four months.

45ଏଉତ୍ତାରେ ସେମାନେ ଫେରି ପ୍ରାନ୍ତର ଆଡ଼େ ରିମ୍ମୋନ୍‍ ଶୈଳକୁ ପଳାଇଲେ; ତହୁଁ ଏମାନେ ସଡ଼କରେ ପାଞ୍ଚ ହଜାର ଲୋକଙ୍କୁ ଗୋଟାଇ ସାଉଣ୍ଟି ମାରିଲେ; ପୁଣି ଗିଦୀୟୋମ୍‍ ପର୍ଯ୍ୟନ୍ତ ସେମାନଙ୍କ ପଛେ ଲାଗି ରହି ସେମାନଙ୍କର ଦୁଇ ହଜାର ଲୋକଙ୍କୁ ବଧ କଲେ।

46ଏହିରୂପେ ସେହି ଦିନ ବିନ୍ୟାମୀନ୍‍ର ଖଡ୍ଗଧାରୀ ପଚିଶ ହଜାର ଲୋକ ହତ ହେଲେ; ସେସମସ୍ତେ ବୀର ଥିଲେ।

47ମାତ୍ର ଛଅ ଶହ ଲୋକ ନେଉଟି ପ୍ରାନ୍ତର ଆଡ଼େ ରିମ୍ମୋନ୍‍ ଶୈଳକୁ ପଳାଇଲେ ଓ ରିମ୍ମୋନ୍‍ ଶୈଳରେ ଚାରି ମାସ ରହିଲେ।

48ଏଥିଉତ୍ତାରେ ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍-ସନ୍ତାନଗଣର ବିରୁଦ୍ଧରେ ଫେରି ସମୁଦାୟ ନଗର ଓ ପଶୁ ଓ ଯାହା କିଛି ପାଇଲେ, ସେସବୁକୁ ଖଡ୍ଗଧାରରେ ଆଘାତ କଲେ; ଆହୁରି ସେମାନେ ଯେତେ ନଗର ପାଇଲେ, ସେସବୁରେ ଅଗ୍ନି ଲଗାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.