46ଏହିରୂପେ ସେହି ଦିନ ବିନ୍ୟାମୀନ୍ର ଖଡ୍ଗଧାରୀ ପଚିଶ ହଜାର ଲୋକ ହତ ହେଲେ; ସେସମସ୍ତେ ବୀର ଥିଲେ।
47ମାତ୍ର ଛଅ ଶହ ଲୋକ ନେଉଟି ପ୍ରାନ୍ତର ଆଡ଼େ ରିମ୍ମୋନ୍ ଶୈଳକୁ ପଳାଇଲେ ଓ ରିମ୍ମୋନ୍ ଶୈଳରେ ଚାରି ମାସ ରହିଲେ।
48ଏଥିଉତ୍ତାରେ ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍-ସନ୍ତାନଗଣର ବିରୁଦ୍ଧରେ ଫେରି ସମୁଦାୟ ନଗର ଓ ପଶୁ ଓ ଯାହା କିଛି ପାଇଲେ, ସେସବୁକୁ ଖଡ୍ଗଧାରରେ ଆଘାତ କଲେ; ଆହୁରି ସେମାନେ ଯେତେ ନଗର ପାଇଲେ, ସେସବୁରେ ଅଗ୍ନି ଲଗାଇଲେ।