4ତହିଁରେ ସେହି ହତ ସ୍ତ୍ରୀର ଲେବୀୟ ଉପପତି ଉତ୍ତର ଦେଇ କହିଲା, “ମୁଁ ଓ ମୋର ଉପପତ୍ନୀ ରାତ୍ରି କ୍ଷେପଣ ନିମନ୍ତେ ବିନ୍ୟାମୀନ୍ର ଅଧିକାରସ୍ଥ ଗିବୀୟାକୁ ଆସିଥିଲୁ।
5ପୁଣି ଗିବୀୟାର ଲୋକମାନେ ମୋʼ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପତ୍ନୀକୁ ବଳାତ୍କାର କଲେ, ତହିଁରେ ସେ ମଲା।
6ତହୁଁ ମୁଁ ନିଜ ଉପପତ୍ନୀକୁ ନେଇ ଖଣ୍ଡ ଖଣ୍ଡ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି।
7ଦେଖ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେ ସମସ୍ତେ ଏ ବିଷୟରେ ଆପଣା ଆପଣା ମତ ଓ ମନ୍ତ୍ରଣା ଦିଅ।”
8ତହିଁରେ ସମସ୍ତେ ଏକ ଲୋକ ପରି ଉଠି କହିଲେ, “ଆମ୍ଭେମାନେ କେହି ଆପଣା ତମ୍ବୁକୁ ଯିବୁ ନାହିଁ, କିଅବା ଆମ୍ଭେମାନେ କେହି ଆପଣା ଘରକୁ ଫେରିବୁ ନାହିଁ।