ବିଚାରକର୍ତ୍ତା 20

ତହିଁରେ ସମସ୍ତେ ଏକ ଲୋକ ପରି ଉଠି କହିଲେ, “ଆମ୍ଭେମାନେ କେହି ଆପଣା ତମ୍ବୁକୁ ଯିବୁ ନାହିଁ, କିଅବା ଆମ୍ଭେମାନେ କେହି ଆପଣା ଘରକୁ ଫେରିବୁ ନାହିଁ।

Judges 20:8 (UKJV) And all the people arose as one man, saying, We will not any of us go to his tent, neither will we any of us turn into his house.

6ତହୁଁ ମୁଁ ନିଜ ଉପପତ୍ନୀକୁ ନେଇ ଖଣ୍ଡ ଖଣ୍ଡ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି।

7ଦେଖ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେ ସମସ୍ତେ ଏ ବିଷୟରେ ଆପଣା ଆପଣା ମତ ଓ ମନ୍ତ୍ରଣା ଦିଅ।”

8ତହିଁରେ ସମସ୍ତେ ଏକ ଲୋକ ପରି ଉଠି କହିଲେ, “ଆମ୍ଭେମାନେ କେହି ଆପଣା ତମ୍ବୁକୁ ଯିବୁ ନାହିଁ, କିଅବା ଆମ୍ଭେମାନେ କେହି ଆପଣା ଘରକୁ ଫେରିବୁ ନାହିଁ।

9ମାତ୍ର ଗିବୀୟା ପ୍ରତି ଏବେ ଆମ୍ଭେମାନେ ଏହି କଥା କରିବୁ; ଗୁଲିବାଣ୍ଟ କ୍ରମେ ତାହା ବିରୁଦ୍ଧରେ ଯିବୁ;

10ପୁଣି ଲୋକମାନଙ୍କ ନିମନ୍ତେ ଖାଦ୍ୟଦ୍ରବ୍ୟ ଆଣିବା ପାଇଁ ଆମ୍ଭେମାନେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଶହକେ ଦଶ ଜଣ, ହଜାରକେ ଏକ ଶହ ଜଣ, ଦଶ ହଜାରରେ ଏକ ହଜାର ଜଣ ଲେଖାଏଁ ନେବୁ, ତହିଁରେ ଲୋକମାନେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ ଆସିଲେ, ସେମାନେ ଇସ୍ରାଏଲ ମଧ୍ୟରେ ଯେସମସ୍ତ ମୂଢ଼ତାର କର୍ମ କରିଅଛନ୍ତି, ତଦନୁସାରେ ସେମାନଙ୍କୁ ପ୍ରତିଫଳ ଦେବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.