10ତହୁଁ ମଣ୍ଡଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ-ଗିଲୀୟଦ ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କର।
11ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକୁ ବର୍ଜିତ ରୂପେ ବିନାଶ କରିବ।”
12ତହୁଁ ସେମାନେ ଯାବେଶ-ଗିଲୀୟଦ ନିବାସୀମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକୁ ଆଣିଲେ।
13ଏଥିଉତ୍ତାରେ ସମଗ୍ର ମଣ୍ଡଳୀ ରିମ୍ମୋନ୍ ଶୈଳସ୍ଥିତ ବିନ୍ୟାମୀନ୍-ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ।
14ସେସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ; ତହୁଁ ଯାବେଶ-ଗିଲୀୟଦର ଯେଉଁ ସ୍ତ୍ରୀମାନଙ୍କୁ ଇସ୍ରାଏଲୀୟମାନେ ବଞ୍ଚାଇ ରଖିଥିଲେ, ସେମାନଙ୍କୁ ସେମାନଙ୍କ ସହିତ ବିବାହ କରିଦେଲେ, ତଥାପି ସେମାନଙ୍କ ପାଇଁ କନ୍ୟା ଅଣ୍ଟିଲେ ନାହିଁ।