ବିଚାରକର୍ତ୍ତା 21

ଏହେତୁ ସଦାପ୍ରଭୁ ଇସ୍ରାଏଲ ବଂଶସମୂହ ମଧ୍ୟରେ ଛିଦ୍ର କରିବାରୁ ଲୋକମାନେ ବିନ୍ୟାମୀନୀୟମାନଙ୍କ ବିଷୟରେ ଅନୁତାପ କଲେ।

Judges 21:15 (UKJV) And the people repented them for Benjamin, because that the LORD had made a breach in the tribes of Israel.

13ଏଥିଉତ୍ତାରେ ସମଗ୍ର ମଣ୍ଡଳୀ ରିମ୍ମୋନ୍‍ ଶୈଳସ୍ଥିତ ବିନ୍ୟାମୀନ୍-ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ।

14ସେସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ; ତହୁଁ ଯାବେଶ-ଗିଲୀୟଦର ଯେଉଁ ସ୍ତ୍ରୀମାନଙ୍କୁ ଇସ୍ରାଏଲୀୟମାନେ ବଞ୍ଚାଇ ରଖିଥିଲେ, ସେମାନଙ୍କୁ ସେମାନଙ୍କ ସହିତ ବିବାହ କରିଦେଲେ, ତଥାପି ସେମାନଙ୍କ ପାଇଁ କନ୍ୟା ଅଣ୍ଟିଲେ ନାହିଁ।

15ଏହେତୁ ସଦାପ୍ରଭୁ ଇସ୍ରାଏଲ ବଂଶସମୂହ ମଧ୍ୟରେ ଛିଦ୍ର କରିବାରୁ ଲୋକମାନେ ବିନ୍ୟାମୀନୀୟମାନଙ୍କ ବିଷୟରେ ଅନୁତାପ କଲେ।

16ତେବେ ମଣ୍ଡଳୀର ପ୍ରାଚୀନମାନେ କହିଲେ, “ବିନ୍ୟାମୀନ୍ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା?”

17ଆହୁରି ସେମାନେ କହିଲେ, “ଇସ୍ରାଏଲ ମଧ୍ୟରୁ ଏକ ବଂଶର ଲୋପ ଯେପରି ନ ହୁଏ, ଏଥିପାଇଁ ବିନ୍ୟାମୀନ୍‍ର ଅଧିକାର ସେହି ଅବଶିଷ୍ଟ ଲୋକମାନଙ୍କର ହେଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.