ବିଚାରକର୍ତ୍ତା 21

ଆହୁରି ସେମାନେ କହିଲେ, “ଇସ୍ରାଏଲ ମଧ୍ୟରୁ ଏକ ବଂଶର ଲୋପ ଯେପରି ନ ହୁଏ, ଏଥିପାଇଁ ବିନ୍ୟାମୀନ୍‍ର ଅଧିକାର ସେହି ଅବଶିଷ୍ଟ ଲୋକମାନଙ୍କର ହେଉ।

Judges 21:17 (UKJV) And they said, There must be an inheritance for them that be escaped of Benjamin, that a tribe be not destroyed out of Israel.

15ଏହେତୁ ସଦାପ୍ରଭୁ ଇସ୍ରାଏଲ ବଂଶସମୂହ ମଧ୍ୟରେ ଛିଦ୍ର କରିବାରୁ ଲୋକମାନେ ବିନ୍ୟାମୀନୀୟମାନଙ୍କ ବିଷୟରେ ଅନୁତାପ କଲେ।

16ତେବେ ମଣ୍ଡଳୀର ପ୍ରାଚୀନମାନେ କହିଲେ, “ବିନ୍ୟାମୀନ୍ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା?”

17ଆହୁରି ସେମାନେ କହିଲେ, “ଇସ୍ରାଏଲ ମଧ୍ୟରୁ ଏକ ବଂଶର ଲୋପ ଯେପରି ନ ହୁଏ, ଏଥିପାଇଁ ବିନ୍ୟାମୀନ୍‍ର ଅଧିକାର ସେହି ଅବଶିଷ୍ଟ ଲୋକମାନଙ୍କର ହେଉ।

18ତଥାପି ଆମ୍ଭେମାନେ ସେମାନଙ୍କ ସହିତ ଆପଣାମାନଙ୍କ କନ୍ୟାର ବିବାହ ଦେଇ ନ ପାରୁ, କାରଣ ଯେକେହି ବିନ୍ୟାମୀନ୍‍କୁ କନ୍ୟା ଦେବ, ‘ସେ ଶାପଗ୍ରସ୍ତ ହେଉ ବୋଲି କହି ଇସ୍ରାଏଲ-ସନ୍ତାନଗଣ ଶପଥ କରିଅଛନ୍ତି।’”

19ଆହୁରି ସେମାନେ କହିଲେ, “ଦେଖ, ବେଥେଲ୍‍ର ଉତ୍ତର ଦିଗରେ, ବେଥେଲ୍‍ରୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.