16ତେବେ ମଣ୍ଡଳୀର ପ୍ରାଚୀନମାନେ କହିଲେ, “ବିନ୍ୟାମୀନ୍ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା?”
17ଆହୁରି ସେମାନେ କହିଲେ, “ଇସ୍ରାଏଲ ମଧ୍ୟରୁ ଏକ ବଂଶର ଲୋପ ଯେପରି ନ ହୁଏ, ଏଥିପାଇଁ ବିନ୍ୟାମୀନ୍ର ଅଧିକାର ସେହି ଅବଶିଷ୍ଟ ଲୋକମାନଙ୍କର ହେଉ।
18ତଥାପି ଆମ୍ଭେମାନେ ସେମାନଙ୍କ ସହିତ ଆପଣାମାନଙ୍କ କନ୍ୟାର ବିବାହ ଦେଇ ନ ପାରୁ, କାରଣ ଯେକେହି ବିନ୍ୟାମୀନ୍କୁ କନ୍ୟା ଦେବ, ‘ସେ ଶାପଗ୍ରସ୍ତ ହେଉ ବୋଲି କହି ଇସ୍ରାଏଲ-ସନ୍ତାନଗଣ ଶପଥ କରିଅଛନ୍ତି।’”
19ଆହୁରି ସେମାନେ କହିଲେ, “ଦେଖ, ବେଥେଲ୍ର ଉତ୍ତର ଦିଗରେ, ବେଥେଲ୍ରୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ।”
20ଏହେତୁ ସେମାନେ ବିନ୍ୟାମୀନ୍-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ;