ବିଚାରକର୍ତ୍ତା 21

ଏହେତୁ ସେମାନେ ବିନ୍ୟାମୀନ୍-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ;

Judges 21:20 (UKJV) Therefore they commanded the children of Benjamin, saying, Go and lie in wait in the vineyards;

18ତଥାପି ଆମ୍ଭେମାନେ ସେମାନଙ୍କ ସହିତ ଆପଣାମାନଙ୍କ କନ୍ୟାର ବିବାହ ଦେଇ ନ ପାରୁ, କାରଣ ଯେକେହି ବିନ୍ୟାମୀନ୍‍କୁ କନ୍ୟା ଦେବ, ‘ସେ ଶାପଗ୍ରସ୍ତ ହେଉ ବୋଲି କହି ଇସ୍ରାଏଲ-ସନ୍ତାନଗଣ ଶପଥ କରିଅଛନ୍ତି।’”

19ଆହୁରି ସେମାନେ କହିଲେ, “ଦେଖ, ବେଥେଲ୍‍ର ଉତ୍ତର ଦିଗରେ, ବେଥେଲ୍‍ରୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ।”

20ଏହେତୁ ସେମାନେ ବିନ୍ୟାମୀନ୍-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ;

21ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ୍ ଦେଶକୁ ଚାଲିଯାଅ।

22ପୁଣି ସେମାନଙ୍କ ପିତା ଅବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ବିବାଦ କରିବାକୁ ଆସିଲେ ଆମ୍ଭେମାନେ ସେମାନଙ୍କୁ କହିବୁ, ‘ଆମ୍ଭମାନଙ୍କୁ ଅନୁଗ୍ରହ କରି ସେମାନଙ୍କୁ ଛାଡ଼ିଦିଅ; କାରଣ ଆମ୍ଭେମାନେ ଯୁଦ୍ଧରେ ସେମାନଙ୍କର ପ୍ରତି ଜଣ ପାଇଁ ଭାର୍ଯ୍ୟା ନେଇ ନାହୁଁ; ଅବା ତୁମ୍ଭେମାନେ ହିଁ ସେମାନଙ୍କୁ ତୁମ୍ଭମାନଙ୍କ କନ୍ୟାଗଣ ବିବାହ ନିମନ୍ତେ ଦେଇ ନାହଁ; ନୋହିଲେ ତୁମ୍ଭେମାନେ ଏବେ ଅପରାଧୀ ହୁଅନ୍ତ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.