ବିଚାରକର୍ତ୍ତା 21

ତହୁଁ ଇସ୍ରାଏଲ-ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ।

Judges 21:24 (UKJV) And the children of Israel departed thence at that time, every man to his tribe and to his family, and they went out from thence every man to his inheritance.

22ପୁଣି ସେମାନଙ୍କ ପିତା ଅବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ବିବାଦ କରିବାକୁ ଆସିଲେ ଆମ୍ଭେମାନେ ସେମାନଙ୍କୁ କହିବୁ, ‘ଆମ୍ଭମାନଙ୍କୁ ଅନୁଗ୍ରହ କରି ସେମାନଙ୍କୁ ଛାଡ଼ିଦିଅ; କାରଣ ଆମ୍ଭେମାନେ ଯୁଦ୍ଧରେ ସେମାନଙ୍କର ପ୍ରତି ଜଣ ପାଇଁ ଭାର୍ଯ୍ୟା ନେଇ ନାହୁଁ; ଅବା ତୁମ୍ଭେମାନେ ହିଁ ସେମାନଙ୍କୁ ତୁମ୍ଭମାନଙ୍କ କନ୍ୟାଗଣ ବିବାହ ନିମନ୍ତେ ଦେଇ ନାହଁ; ନୋହିଲେ ତୁମ୍ଭେମାନେ ଏବେ ଅପରାଧୀ ହୁଅନ୍ତ।’”

23ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ସେରୂପ କରି ଆପଣାମାନଙ୍କ ସଂଖ୍ୟାନୁସାରେ ନୃତ୍ୟକାରିଣୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ନେଇ ଚାଲିଗଲେ ଆଉ ସେମାନେ ଆପଣା ଆପଣା ଅଧିକାରକୁ ଫେରିଯାଇ ନଗର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ।

24ତହୁଁ ଇସ୍ରାଏଲ-ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ।

25ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ଯାହା ଦୃଷ୍ଟିରେ ଯାହା ଭଲ, ସେ ତାହା କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.