23ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ସେରୂପ କରି ଆପଣାମାନଙ୍କ ସଂଖ୍ୟାନୁସାରେ ନୃତ୍ୟକାରିଣୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ନେଇ ଚାଲିଗଲେ ଆଉ ସେମାନେ ଆପଣା ଆପଣା ଅଧିକାରକୁ ଫେରିଯାଇ ନଗର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ।
24ତହୁଁ ଇସ୍ରାଏଲ-ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ।
25ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ଯାହା ଦୃଷ୍ଟିରେ ଯାହା ଭଲ, ସେ ତାହା କଲା।