ବିଚାରକର୍ତ୍ତା 21

ଆଉ ସେମାନେ କହିଲେ, “ହେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୋ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା?”

Judges 21:3 (UKJV) And said, O LORD God of Israel, why is this come to pass in Israel, that there should be to day one tribe lacking in Israel?

1ଇସ୍ରାଏଲୀୟ ଲୋକମାନେ ମିସ୍ପାରେ ଶପଥ କରି କହିଥିଲେ, “ଆମ୍ଭମାନଙ୍କର କେହି ବିନ୍ୟାମୀନ୍ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ।”

2ତେଣୁ ଲୋକମାନେ ବେଥେଲ୍‍କୁ ଆସି ସନ୍ଧ୍ୟା ପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସମ୍ମୁଖରେ ବସି ରବ ଉଠାଇ ଅତ୍ୟନ୍ତ ରୋଦନ କଲେ।

3ଆଉ ସେମାନେ କହିଲେ, “ହେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୋ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା?”

4ତହୁଁ ଆରଦିନ ଲୋକମାନେ ଅତି ପ୍ରଭାତରେ ଉଠି ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

5ପୁଣି ଇସ୍ରାଏଲ ସନ୍ତାନମାନେ କହିଲେ, “ସମାଜ ସହିତ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ଏପରି କିଏ ଅଛି?” କାରଣ ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିବ, “ସେ ଅବଶ୍ୟ ହତ ହେବ,” ଏହା କହି ସେମାନେ ମହା ଶପଥ କରିଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.