3ଆଉ ସେମାନେ କହିଲେ, “ହେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୋ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା?”
4ତହୁଁ ଆରଦିନ ଲୋକମାନେ ଅତି ପ୍ରଭାତରେ ଉଠି ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
5ପୁଣି ଇସ୍ରାଏଲ ସନ୍ତାନମାନେ କହିଲେ, “ସମାଜ ସହିତ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ଏପରି କିଏ ଅଛି?” କାରଣ ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିବ, “ସେ ଅବଶ୍ୟ ହତ ହେବ,” ଏହା କହି ସେମାନେ ମହା ଶପଥ କରିଥିଲେ।
6ପୁଣି ଇସ୍ରାଏଲ ସନ୍ତାନମାନେ ଆପଣା ଭାଇ ବିନ୍ୟାମୀନ୍ ପାଇଁ ଅନୁତାପ କରି କହିଲେ, “ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ବଂଶ ଉଚ୍ଛିନ୍ନ ହେଲା।
7ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ।”