6ପୁଣି ଇସ୍ରାଏଲ ସନ୍ତାନମାନେ ଆପଣା ଭାଇ ବିନ୍ୟାମୀନ୍ ପାଇଁ ଅନୁତାପ କରି କହିଲେ, “ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ବଂଶ ଉଚ୍ଛିନ୍ନ ହେଲା।
7ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ।”
8ପୁଣି ସେମାନେ କହିଲେ, “ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି?” ତହିଁରେ ଦେଖ, ଯାବେଶ-ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ।
9କାରଣ ଲୋକମାନେ ଗଣିତ ହେବା ବେଳେ, ଦେଖ, ସେଠାରେ ଯାବେଶ-ଗିଲୀୟଦ ନିବାସୀମାନଙ୍କ ମଧ୍ୟରୁ କେହି ନ ଥିଲେ।
10ତହୁଁ ମଣ୍ଡଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ-ଗିଲୀୟଦ ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କର।