1ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ
2ଓ ଇସ୍ରାଏଲ-ସନ୍ତାନଗଣର ପୁରୁଷ-ପରମ୍ପରାକୁ ଶିକ୍ଷା ଦେବା ନିମନ୍ତେ, ଅର୍ଥାତ୍, ଯେଉଁମାନେ ଆଗେ ଯୁଦ୍ଧ ଜାଣି ନ ଥିଲେ, ସେମାନଙ୍କୁ ତାହା ଶିଖାଇବା ପାଇଁ ସଦାପ୍ରଭୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲେ, ଯଥା,
3ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍-ହର୍ମୋନ୍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।