ବିଚାରକର୍ତ୍ତା 3

ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏଉତ୍ତାରେ କନସର ପୁତ୍ର ଅତ୍ନୀୟେଲ ମଲା।

Judges 3:11 (UKJV) And the land had rest forty years. And Othniel the son of Kenaz died.

9ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ।

10ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍‍-ରିଶୀୟାଥୟିମ୍‍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍‍-ରିଶୀୟାଥୟିମ୍‍ ଉପରେ ତାହାର ହସ୍ତ ପ୍ରବଳ ହେଲା।

11ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏଉତ୍ତାରେ କନସର ପୁତ୍ର ଅତ୍ନୀୟେଲ ମଲା।

12ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ।

13ତହୁଁ ସେ ଅମ୍ମୋନ ଓ ଅମାଲେକ-ସନ୍ତାନଗଣକୁ ଆପଣା ନିକଟରେ ଏକତ୍ର କଲା ଓ ସେ ଯାଇ ଇସ୍ରାଏଲକୁ ଆଘାତ କରି ଖର୍ଜ୍ଜୁରପୁର ଅଧିକାର କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.