14ତହିଁରେ ଇସ୍ରାଏଲ-ସନ୍ତାନଗଣ ଅଠର ବର୍ଷ ପର୍ଯ୍ୟନ୍ତ ମୋୟାବୀୟ ରାଜା ଇଗ୍ଲୋନର ସେବା କଲେ।
15ତହୁଁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ୍ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ। ପୁଣି ଇସ୍ରାଏଲ-ସନ୍ତାନଗଣ ତାହା ଦ୍ୱାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟି ପଠାଇଲେ।
16ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ।
17ତହୁଁ ସେ ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ସେହି ଭେଟି ନେଲେ; ସେହି ଇଗ୍ଲୋନ ଏକ ମୋଟା ଲୋକ ଥିଲା।
18ଆଉ ସେ ଭେଟି ଦେଇ ସାରିଲା ଉତ୍ତାରେ ଭେଟି ଦ୍ରବ୍ୟବାହକ ଲୋକମାନଙ୍କୁ ପଠାଇଦେଲେ।