17ତହୁଁ ସେ ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ସେହି ଭେଟି ନେଲେ; ସେହି ଇଗ୍ଲୋନ ଏକ ମୋଟା ଲୋକ ଥିଲା।
18ଆଉ ସେ ଭେଟି ଦେଇ ସାରିଲା ଉତ୍ତାରେ ଭେଟି ଦ୍ରବ୍ୟବାହକ ଲୋକମାନଙ୍କୁ ପଠାଇଦେଲେ।
19ମାତ୍ର ସେ ଆପେ ଗିଲ୍ଗଲ୍ସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍, “ମୁଁ ଆପଣଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ତେବେ ରାଜା କହିଲା, “ତୁନି ହୋଇଥାଅ।” ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରିଗଲେ।
20ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, “ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି;” ତହୁଁ ସେ ଆପଣା ସିଂହାସନରୁ ଉଠିଲା।
21ତେବେ ଏହୂଦ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ୍ଗ ନେଇ ତାହାର ପେଟ ଭୁସିଲେ;