ବିଚାରକର୍ତ୍ତା 3

ତେବେ ଏହୂଦ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ୍ଗ ନେଇ ତାହାର ପେଟ ଭୁସିଲେ;

Judges 3:21 (UKJV) And Ehud put forth his left hand, and took the dagger from his right thigh, and thrust it into his belly:

19ମାତ୍ର ସେ ଆପେ ଗିଲ୍‍ଗଲ୍‍ସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍‍, “ମୁଁ ଆପଣଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ତେବେ ରାଜା କହିଲା, “ତୁନି ହୋଇଥାଅ।” ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରିଗଲେ।

20ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, “ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି;” ତହୁଁ ସେ ଆପଣା ସିଂହାସନରୁ ଉଠିଲା।

21ତେବେ ଏହୂଦ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ୍ଗ ନେଇ ତାହାର ପେଟ ଭୁସିଲେ;

22ତହିଁରେ ଖଡ୍ଗ ସହିତ ମୁଠା ମଧ୍ୟ ପଶିଗଲା, ଆଉ ଖଡ୍ଗ ଚର୍ବିରେ ଲାଖି ରହିବାରୁ ସେ ତାହା ପେଟରୁ ବାହାର କଲେ ନାହିଁ ଓ ଖଡ୍ଗ ପଛଭାଗରେ ବାହାରିଲା।

23ଏଉତ୍ତାରେ ଏହୂଦ ତାହାକୁ ରୁଦ୍ଧକରଣାର୍ଥେ ସେହି ଉପର ମହଲାର କବାଟ ବନ୍ଦ କରି ଅର୍ଗଳ ଲଗାଇ ପାବଚ୍ଛ ପଥ ଆଡ଼କୁ ବାହାରିଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.