ବିଚାରକର୍ତ୍ତା 3

ତହିଁରେ ଖଡ୍ଗ ସହିତ ମୁଠା ମଧ୍ୟ ପଶିଗଲା, ଆଉ ଖଡ୍ଗ ଚର୍ବିରେ ଲାଖି ରହିବାରୁ ସେ ତାହା ପେଟରୁ ବାହାର କଲେ ନାହିଁ ଓ ଖଡ୍ଗ ପଛଭାଗରେ ବାହାରିଲା।

Judges 3:22 (UKJV) And the handle also went in after the blade; and the fat closed upon the blade, so that he could not draw the dagger out of his belly; and the dirt came out.

20ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, “ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି;” ତହୁଁ ସେ ଆପଣା ସିଂହାସନରୁ ଉଠିଲା।

21ତେବେ ଏହୂଦ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ୍ଗ ନେଇ ତାହାର ପେଟ ଭୁସିଲେ;

22ତହିଁରେ ଖଡ୍ଗ ସହିତ ମୁଠା ମଧ୍ୟ ପଶିଗଲା, ଆଉ ଖଡ୍ଗ ଚର୍ବିରେ ଲାଖି ରହିବାରୁ ସେ ତାହା ପେଟରୁ ବାହାର କଲେ ନାହିଁ ଓ ଖଡ୍ଗ ପଛଭାଗରେ ବାହାରିଲା।

23ଏଉତ୍ତାରେ ଏହୂଦ ତାହାକୁ ରୁଦ୍ଧକରଣାର୍ଥେ ସେହି ଉପର ମହଲାର କବାଟ ବନ୍ଦ କରି ଅର୍ଗଳ ଲଗାଇ ପାବଚ୍ଛ ପଥ ଆଡ଼କୁ ବାହାରିଗଲେ।

24ସେ ବାହାରିଗଲା ଉତ୍ତାରେ ରାଜାର ଦାସମାନେ ଆସିଲେ ଓ ସେମାନେ ଦେଖିଲେ ଯେ, ଦେଖ, ସେହି ଉପର ମହଲାର କବାଟ ଅର୍ଗଳ-ବଦ୍ଧ ହୋଇଅଛି; ଏଥିରେ ସେମାନେ କହିଲେ, “ସେ ଅବଶ୍ୟ ଆପଣା ଗ୍ରୀଷ୍ମକାଳୀନ ଭିତର କୋଠରିରେ ଆପଣା ପାଦ ଢାଙ୍କୁ ଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.